Skip to content
Home » bible passage » Page 2

bible passage

ଶିଷ୍ୟମାନଙ୍କ ପାଦ ପ୍ରକ୍ଷାଳନ13ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ । ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା, ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ୱରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ୱରଙ୍କ ନିକଟକୁ ଯାଉଅଛନ୍ତି, ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ । ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ । କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋର ପାଦ ଧୋଇ ଦେଉଅଛନ୍ତି ? ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ । ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋର ପାଦ ଧୋଇଦେବେ ନାହିଁ । ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋ’ ସହିତ ତୁମ୍ଭର କୌଣସି ଅଂଶ ନାହିଁ । ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ । 10 ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ । 11 କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ । 12 ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପ୍ରତି କ’ଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ ? 13 ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି । 14 ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ । 15 କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି । 16 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ । 17 ଯଦି ତୁମ୍ଭେମାନେ ଏହି ସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ । 18 ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା । 19 ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ୱାସ କର, ଏଥି ନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି । 20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।ବିଶ୍ୱାସଘାତକ ସମ୍ପର୍କରେ ଯୀଶୁଙ୍କ ସୂଚନା21 ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ। 22 ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ । 23 ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ – ଯାହାକୁ ଯୀଶୁ ପ୍ରେମ କରୁଥିଲେ – ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ । 24 ଅତଏବ, ଶିମୋନ ପିତର ତାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ । 25 ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ ? 26 ତେଣୁ ଯୀଶୁ ଉତ୍ତର ଦେଲେ, ଯାହା ନିମନ୍ତେ ମୁଁ ଏହି ରୁଟିଖଣ୍ଡକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ । ତହିଁରେ ସେ ସେହି ରୁଟିଖଣ୍ଡକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ । 27 ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା । ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର । 28 କିନ୍ତୁ ସେ କି ଉଦ୍ଦେଶ୍ୟରେ ତାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ । 29 କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାକୁ କହିଲେ ବୋଲି କେହି କେହି ମନେ କଲେ ।ନୂତନ ଆଜ୍ଞା30 ରୁଟିଖଣ୍ଡକ ଗ୍ରହଣ କରି ସେ ତତ୍‍କ୍ଷଣାତ୍‍ ବାହାରିଗଲା, ସେତେବେଳେ ରାତ୍ରିକାଳ । 31 ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ୱର ମହିମାନ୍ୱିତ ହେଲେ । 32 ଯଦି ଈଶ୍ୱର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ୱର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ । 33 ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି । ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୂଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି । 34 ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର । 35 ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ଵାରା ଜ୍ଞାତ ହେବେ ।ପିତରଙ୍କ ଅସ୍ୱୀକାରର ପୂର୍ବ ସୂଚନା36 ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁଠାକୁ ଯାଉଅଛନ୍ତି ? ଯୀଶୁ ଉତ୍ତର ଦେଲେ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ । 37 ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି । 38 ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ’ଣ ମୋ’ ନିମନ୍ତେ ନିଜ ପ୍ରାଣ ଦେବ ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ ।
ଯୀଶୁ ହିଁ ପଥ, ସତ୍ୟ ଓ ଜୀବନ14ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ୱରଙ୍କଠାରେ ବିଶ୍ୱାସ କର, ମୋ’ଠାରେ ମଧ୍ୟ ବିଶ୍ୱାସ କର । ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି; ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି । ପୁଣି, ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତାହାର ପଥ ତୁମ୍ଭେମାନେ ଜାଣ । ଥୋମା ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ ? ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ’ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ । ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ । ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ । ଯୀଶୁ ତାହାଙ୍କୁ କହିଲେ, ଫିଲିପ୍ପ, ଏତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କ’ଣ ମୋତେ ଜାଣିଲ ନାହିଁ ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ ? 10 ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋ’ଠାରେ ଅଛନ୍ତି, ଏକଥା କ’ଣ ବିଶ୍ୱାସ କରୁ ନାହଁ ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହି ସବୁ ମୋ’ ନିଜରୁ କହେ ନାହିଁ, କିନ୍ତୁ ପିତା ମୋ’ଠାରେ ଥାଇ ଆପଣା କର୍ମ କରୁଅଛନ୍ତି । 11 ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋ’ଠାରେ ଅଛନ୍ତି, ମୋହର ଏହି କଥା ବିଶ୍ୱାସ କର, ନତୁବା କର୍ମ ଯୋଗୁଁ ହେଲେ ବିଶ୍ୱାସ କର । 12 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋ’ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହି ସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ‍ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି । 13 ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥି ନିମନ୍ତେ ତୁମ୍ଭେମାନେ ମୋ’ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି । 14 ଯଦି ତୁମ୍ଭେମାନେ ମୋ’ ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି ।ପବିତ୍ର ଆତ୍ମାଙ୍କ ଦାନର ପ୍ରତିଜ୍ଞା15 ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ । 16 ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ, 17 ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ । ଜଗତ ତାହାଙ୍କୁ ଗ୍ରହଣ କରି ପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ । 18 ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି । 19 ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ । 20 ମୁଁ ଯେ ମୋହର ପିତାଙ୍କଠାରେ ପୁଣି, ତୁମ୍ଭେମାନେ ଯେ ମୋ’ଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେ ଦିନ ତୁମ୍ଭେମାନେ ଜାଣିବ । 21 ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି । 22 ଯିହୂଦା ତାହାଙ୍କୁ କହିଲେ, ହେ ପ୍ରଭୁ, କ’ଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି ? 23 ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା । 24 ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର । 25 ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଥାଉ ଥାଉ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଲି । 26 କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍‍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋ’ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହି ସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ । 27 ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ । ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ । 28 ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି, ଆସୁଅଛି, ମୋହର ଏହି କଥା ତ ଶୁଣିଅଛ । ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋ’ଠାରୁ ମହାନ‍ । 29 ଆଉ, ତାହା ଘଟିବା ସମୟରେ ତୁମ୍ଭେମାନେ ଯେପରି ବିଶ୍ୱାସ କରିବ, ଏଥି ନିମନ୍ତେ ତାହା ଘଟିବା ପୂର୍ବେ ମୁଁ ଏବେ ତୁମ୍ଭମାନଙ୍କୁ କହିଅଛି । 30 ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋ’ଠାରେ ତାହାର କିଛି ହିଁ ନାହିଁ; 31 କିନ୍ତୁ ମୁଁ ଯେ ପିତାଙ୍କୁ ପ୍ରେମ କରେ ଓ ପିତାଙ୍କ ଆଜ୍ଞାନୁସାରେ କର୍ମ କରେ, ଏହା ଯେପରି ଜଗତ ଜାଣି ପାରେ, ଏଥି ନିମନ୍ତେ ଏପରି ଘଟୁଅଛି । ଉଠ, ଆମ୍ଭେମାନେ ଏହି ସ୍ଥାନରୁ ଚାଲିଯାଉ ।32 ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋ’ ସାଙ୍ଗରେ ଅଛନ୍ତି । 33 ତୁମ୍ଭେମାନେ ଯେପରି ମୋ’ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି । ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି ।

ଯୋହନ 13-16

12 ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମିରି ବୃକ୍ଷ ମ୍ଳାନ ହେଉଅଛି;ଡାଳିମ୍ବ ବୃକ୍ଷ, ମଧ୍ୟ ଖର୍ଜୂର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ,ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି;କାରଣ ମନୁଷ୍ୟ ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି ।

ଜୁଏଲ 1:12

“ଅନେକ ଥର ମୁଁ ତୁମର ବଗିଚା ଏବଂ ଦ୍ରାକ୍ଷାକ୍ଷେତ୍ରକୁ ବ from ିବାକୁ ବାରଣ କଲି।
ସେଗୁଡ଼ିକୁ ସମ୍ପୂର୍ଣ୍ଣ ଶୁଖାଇବା ପାଇଁ ମୁଁ ଗରମ ପବନ ପଠାଇଲି |
ପଙ୍ଗପାଳ ତୁମର ଡିମ୍ବିରି ଏବଂ ଅଲିଭ୍ ଗଛକୁ ଖାଇଲା |
ଏହା ସତ୍ତ୍ୱେ ତୁମେ ତଥାପି ମୋ ପାଖକୁ ଫେରି ନାହଁ। ”
ପ୍ରଭୁ ଘୋଷଣା କରନ୍ତି।

ଆମୋସ୍ 4: 9

19 ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି ? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷର, ଡାଳିମ୍ବ ଓ ଜୀତ ବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ।

ହାଗାଇ ୨: ୧।

ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ଲେଖାପତ୍ର ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ୱିରି ବୃକ୍ଷର ଜୀର୍ଣ୍ଣପତ୍ର, ସେପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ

ଯିଶାଇୟ 34: 4

13 ଦା ଦା ଦା ସ ସ;ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମ୍ୱିରି ବୃକ୍ଷରେ ଡିମ୍ୱିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ;
ଓଜ, ଆଜାନା ଅଜୁ ଅଜୁ ଆରୁ ଆଜୁ ଆଜମ, ଆଜଜ ଆଜ ଆଜ ଆଜ ଆଜ ଆଜ। “

ଯିରିମିୟ 8:13

ଯୀଶୁ ଶତ୍ରୁ ହସ୍ତରେ ସମର୍ପିତ18ଯୀଶୁ ଏହି ସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ । ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ । ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହି ସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେ ସ୍ଥାନକୁ ଯାଉଥିଲେ । ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା । ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହି ସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ । ସେ ସେମାନଙ୍କୁ କହିଲେ, ମୁଁ ସେହି । ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା । ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ । ସେଥିରେ ସେ ସେମାନଙ୍କୁ ଆଉ ଥରେ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ ? ସେମାନେ କହିଲେ, ନାଜରିତୀୟ ଯୀଶୁଙ୍କୁ । ଯୀଶୁ ଉତ୍ତର ଦେଲେ, ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି । ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ । ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ । 10 ଶିମୋନ ପିତରଙ୍କ ପାଖରେ ଖଣ୍ଡା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍‍ଖ । 11 ସେଥିରେ ଯୀଶୁ ପିତରଙ୍କୁ କହିଲେ, ଖଣ୍ଡା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କ’ଣ ସେଥିରୁ ପାନ କରିବି ନାହିଁ ?ହାନାନଙ୍କ ସମ୍ମୁଖରେ ଯୀଶୁ12 ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୂଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ 13 ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ୱଶୁର ଥିଲେ । 

ଯୋହନ 18: 1-13

ଯୀଶୁଙ୍କୁ ମହାଯାଜକଙ୍କ ପ୍ରଶ୍ନ19 ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ବନ୍ଧରେ ପଚାରିଲେ । 20 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୂଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ । 21 ମୋତେ କାହିଁକି ପଚାରୁଅଛନ୍ତି ? ମୁଁ ସେମାନଙ୍କୁ କ’ଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହି ସବୁ ଜାଣନ୍ତି । 22 ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ ? 23 ଯୀଶୁ ତାକୁ ଉତ୍ତର ଦେଲେ, ଯଦି ମୁଁ ମନ୍ଦ କହିଲି, ତାହାହେଲେ ମନ୍ଦର ପ୍ରମାଣ ଦିଅ; କିନ୍ତୁ ଯଦି ଭଲ କହିଲି, ତାହାହେଲେ କାହିଁକି ମୋତେ ମାରୁଅଛ ? 24 ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ ।

ଯୋହନ 18: 19-24

ମହାସଭାରେ ଯୀଶୁଙ୍କ ବିଚାର53 ପରେ ସେମାନେ ଯୀଶୁଙ୍କୁ ମହାଯାଜକଙ୍କ ନିକଟକୁ ଘେନିଗଲେ, ପୁଣି, ପ୍ରଧାନ ଯାଜକ, ପ୍ରାଚୀନ ଓ ଶାସ୍ତ୍ରୀମାନେ ସମସ୍ତେ ଆସି ଏକତ୍ର ହେଲେ । 54 ପିତର ଦୂରରେ ରହି ତାହାଙ୍କ ପଛେ ପଛେ ମହାଯାଜକଙ୍କ ପ୍ରାଙ୍ଗଣ ଭିତରକୁ ଗଲେ ଓ ପଦାତିକମାନଙ୍କ ସହିତ ବସି ନିଆଁ ସେକି ହେଉଥିଲେ । 55 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ୱେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ; 56 କାରଣ ଅନେକେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଲେ ହେଁ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ । 57 ପରେ କେତେକ ଲୋକ ଉଠି ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଇ କହିବାକୁ ଲାଗିଲେ, 58 ଆମ୍ଭେମାନେ ଏହାକୁ ଏହି କଥା କହିବା ଶୁଣିଅଛୁ, ମୁଁ ଏହି ହସ୍ତକୃତ ମନ୍ଦିରକୁ ଭାଙ୍ଗି ତିନି ଦିନ ମଧ୍ୟରେ ଆଉ ଗୋଟିଏ ଅହସ୍ତକୃତ ମନ୍ଦିର ନିର୍ମାଣ କରିବି । 59 କିନ୍ତୁ ଏଥିରେ ମଧ୍ୟ ସେମାନଙ୍କର ସାକ୍ଷ୍ୟ ମିଶିଲା ନାହିଁ । 60 ତହିଁରେ ମହାଯାଜକ ମଧ୍ୟସ୍ଥଳରେ ଠିଆ ହୋଇ ଯୀଶୁଙ୍କୁ ପଚାରିଲେ, ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ସେଥିରେ କିଛି ଉତ୍ତର ଦେଉ ନାହଁ ? 61 କିନ୍ତୁ ସେ ନୀରବ ହୋଇ ରହି କୌଣସି ଉତ୍ତର ଦେଲେ ନାହିଁ। ମହାଯାଜକ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କି ମଙ୍ଗଳମୟଙ୍କ ପୁତ୍ର ଖ୍ରୀଷ୍ଟ ? 62 ଯୀଶୁ କହିଲେ, ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ । 63 ସେଥିରେ ମହାଯାଜକ ଆପଣା ଅଙ୍ଗରଖା ଚିରି କହିଲେ, ସାକ୍ଷୀରେ ଆମ୍ଭମାନଙ୍କର ଆଉ କ’ଣ ପ୍ରୟୋଜନ ? 64 ଆପଣମାନେ ତ ଈଶ୍ୱର ନିନ୍ଦା ଶୁଣିଲେ; ଆପଣମାନଙ୍କର ବିଚାର କ’ଣ ? ଏଥିରେ ସେମାନେ ସମସ୍ତେ ସେ ପ୍ରାଣଦଣ୍ଡ ଯୋଗ୍ୟ ବୋଲି ମତ ଦେଲେ । 65 ପୁଣି, କେହି କେହି ତାହାଙ୍କ ଉପରେ ଛେପ ପକାଇବାକୁ ଲାଗିଲେ ଓ ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ବିଧା ମାରି କହିବାକୁ ଲାଗିଲେ, ତୁ ପରା ଭାବବାଦୀ ! ପ୍ରମାଣ ଦେ। ଆଉ ପଦାତିକମାନେ ଚାପୁଡ଼ା ମାରୁ ମାରୁ ତାହାଙ୍କୁ ଧରି ଘେନିଗଲେ ।

ମାର୍କ 14: 53-65

ପୀଲାତଙ୍କ ସମ୍ମୁଖରେ ଯୀଶୁ27ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ, ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ ।ଯିହୂଦାର ମୃତ୍ୟୁସେତେବେଳେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ଯିହୂଦା, ସେ ପ୍ରାଣ ଦଣ୍ଡାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶିଗୋଟି ରୌପ୍ୟମୁଦ୍ରା ଫେରାଇ ଆଣି କହିଲା, ମୁଁ ନିର୍ଦ୍ଦୋଷ ରକ୍ତ ସମର୍ପଣ କରି ପାପ କରିଅଛି । କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି ? ତୁ ତାହା ବୁଝ । ତହିଁରେ ସେ ରୌପ୍ୟମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା, ପୁଣି, ଯାଇ ଆପଣାକୁ ଫାଶୀ ଦେଲା । କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟମୁଦ୍ରାଗୁଡ଼ାକ ନେଇ କହିଲେ, ଏହା ଭଣ୍ଡାରରେ ରଖିବା ବିଧିସଙ୍ଗତ ନୁହେଁ, କାରଣ ଏ ତ ରକ୍ତର ମୁଲ୍ୟ । ପୁଣି, ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ । ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି 

ମାଥିଉ 27: 1-8 |

ଯୀଶୁଙ୍କ ବିଚାର11 ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କ ରାଜା ? ଯୀଶୁ କହିଲେ, ଆପଣ କହୁଅଛନ୍ତି । 12 ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ । 13 ସେଥିରେ ପୀଲାତ ତାହାଙ୍କୁ କହିଲେ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ସାକ୍ଷ୍ୟ ଦେଉଅଛନ୍ତି, ତାହା କି ଶୁଣୁ ନାହଁ ? 14 ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ, ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ ।ଯୀଶୁଙ୍କୁ ପ୍ରାଣଦଣ୍ଡ15 କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକୁ ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନକର୍ତ୍ତାଙ୍କର ରୀତି ଥିଲା । 16 ସେତେବେଳେ ସେମାନଙ୍କର ବାରବ୍ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା । 17 ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ ? 18 କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ । 19 ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି । 20 ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକସମୂହକୁ ମଣାଇଲେ । 21 ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କ ଇଚ୍ଛା ? ସେମାନେ କହିଲେ, ବାରବ୍ବାକୁ । 22 ପୀଲାତ ସେମାନଙ୍କୁ ପଚାରିଲେ, ତେବେ କାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କ’ଣ କରିବା ? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ । 23 ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି ? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ ।କ୍ରୁଶ ନିମନ୍ତେ ଯୀଶୁ ସମର୍ପିତ24 ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରି ପାରୁ ନାହାଁନ୍ତି, ବରଂ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ପାଣି ନେଇ ଲୋକମାନଙ୍କ ଆଗରେ ହାତ ଧୋଇ କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ । 25 ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ । 26 ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ ।

ମାଥିଉ 27: 11-26

ଯୀଶୁଙ୍କ ପ୍ରତି ପରିହାସ27 ଏହାପରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ନେଇଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ । 28 ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ, 29 ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାଣୁ ପାତି, ହେ ଯିହୂଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କୁ ପରିହାସ କଲେ । 30 ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ନେଇ ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ । 31 ପୁଣି, ସେମାନେ ତାହାଙ୍କୁ ପରିହାସ କଲା ପରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ ।ଯୀଶୁଙ୍କ କ୍ରୁଶବିଦ୍ଧ32 ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କ୍ରୁଶ ବହିବା ପାଇଁ ତାହାଙ୍କୁ ବାଧ୍ୟ କଲେ । 33 ଆଉ, ସେମାନେ ଗଲ୍‌ଗଥା ନାମକ ସ୍ଥାନ, ଅର୍ଥାତ୍ ଯାହାକୁ କପାଳସ୍ଥଳ ବୋଲି କହନ୍ତି, ସେଠାରେ ଉପସ୍ଥିତ ହୋଇ 34 ତାହାଙ୍କୁ ପିତ୍ତା ମିଶାଯାଇଥିବା ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ୱାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ । 35 ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ, 36 ପୁଣି, ସେଠାରେ ବସି ତାହାଙ୍କୁ ଜଗି ରହିଲେ । 37 ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୂଦୀମାନଙ୍କର ରାଜା ଯୀଶୁ । 38 ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ । 39 ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, 40 ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ । 41 ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରିବାକୁ ଲାଗିଲେ, 42 ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ । ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା । 43 ସେ ଈଶ୍ୱରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ । ସେ ତ କହିଥିଲା, ମୁଁ ଈଶ୍ୱରଙ୍କ ପୁତ୍ର । 44 ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ ।ଯୀଶୁଙ୍କ ମୃତ୍ୟୁ45 ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା । 46 ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍‌ଥାନୀ ? ଅର୍ଥାତ୍, ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ ? 47 ଏହା ଶୁଣି ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଏ ଲୋକ ଏଲିୟଙ୍କୁ ଡାକୁଅଛି । 48 ଆଉ ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ୍ ନେଇ ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା । 49 କିନ୍ତୁ ଅନ୍ୟମାନେ କହିଲେ, ରୁହ, ଏଲିୟ ଏହାକୁ ରକ୍ଷା କରିବାକୁ ଆସୁଅଛନ୍ତି କି ନାହିଁ, ଦେଖିବା । 50 କିନ୍ତୁ ଯୀଶୁ ପୁନର୍ବାର ଉଚ୍ଚସ୍ୱରରେ ଡାକି ପ୍ରାଣତ୍ୟାଗ କଲେ । 51 ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା, 52 ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା, 53 ପୁଣି, ତାହାଙ୍କ ପୁନରୁତ୍ଥାନ ପରେ ସେମାନେ ସମାଧିରୁ ବାହାରି ପୁଣି, ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ । 54 ଶତସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ, ସତ୍ୟ, ଏ ଈଶ୍ୱରଙ୍କ ପୁତ୍ର ଥିଲେ । 55 ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ; 56 ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରିୟମ, ଯାକୁବ ଓ ଯୋଷେଫଙ୍କ ମାତା ମରିୟମ, ପୁଣି, ଜେବଦୀଙ୍କ ପୁତ୍ରମାନଙ୍କ ମାତା ଥିଲେ ।

ମାଥିଉ 27: 27-56

ଯୀଶୁଙ୍କ ପାର୍ଶ୍ୱଦେଶରେ ବର୍ଚ୍ଛାଘାତ31 ସେହି ଦିନ ଆୟୋଜନ ଦିନ ଥିବାରୁ, ଶରୀରଗୁଡ଼ିକ ଯେପରି ବିଶ୍ରାମବାରରେ କ୍ରୁଶ ଉପରେ ନ ରହେ , ସେଥିପାଇଁ ସେମାନଙ୍କ ଗୋଡ଼ ଭଙ୍ଗାଯାଉ ଓ ସେମାନେ ଅନ୍ୟ ସ୍ଥାନକୁ ନିଆଯାଆନ୍ତୁ ବୋଲି ଯିହୂଦୀମାନେ ପୀଲାତଙ୍କୁ ଅନୁରୋଧ କଲେ । 32 ଅତଏବ, ସୈନ୍ୟମାନେ ଆସି ପ୍ରଥମ ଜଣକର ଗୋଡ଼ ଓ ତାହା ସହିତ ଯେଉଁ ଜଣକ କ୍ରୁଶରେ ଚଢ଼ାଯାଇଥିଲା, ତାହାର ଗୋଡ଼ ମଧ୍ୟ ଭାଙ୍ଗି ଦେଲେ । 33 ମାତ୍ର ସେମାନେ ଯୀଶୁଙ୍କ ନିକଟକୁ ଆସି ସେ ମରିଗଲେଣି ବୋଲି ଦେଖି ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ, 34 କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍‍କ୍ଷଣାତ୍‍ ରକ୍ତ ଓ ଜଳ ବାହାର ହେଲା । 35 ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ୱାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି । 36 କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ଡେ ଅସ୍ଥି ଭଗ୍ନ ହେବ ନାହିଁ । 37 ପୁନର୍ବାର ଧର୍ମଶାସ୍ତ୍ରର ଆଉ ଗୋଟିଏ ବାକ୍ୟ ଏହି, ସେମାନେ ଯାହାଙ୍କୁ ବିଦ୍ଧ କଲେ, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ ।

ଯୋହନ 19: 31-37

ଯୀଶୁଙ୍କ ସମାଧି57 ବେଳ ଗଡ଼ିଆସନ୍ତେ, ଯୋଷେଫ ନାମକ ହାରାମାଥୀୟାର ଜଣେ ଧନୀ ଲୋକ ଆସିଲେ, ସେ ମଧ୍ୟ ଯୀଶୁଙ୍କର ଜଣେ ଶିଷ୍ୟ ହୋଇଥିଲେ । 58 ସେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ । ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ । 59 ଯୋଷେଫ ଶରୀରଟି ନେଇ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, 60 ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ । 61 ମଗ୍‌ଦଲୀନୀ ମରିୟମ ଓ ଅନ୍ୟ ମରିୟମ ସେ ସ୍ଥାନରେ ସମାଧି ସମ୍ମୁଖରେ ବସି ରହିଲେ ।

ମାଥିଉ 27: 57-61

ସୃଷ୍ଟିର ବିବରଣ

ଆଦ୍ୟରେ ପରମେଶ୍ୱର ସ୍ୱର୍ଗସମୂହ ଓ ପୃଥିବୀକୁ ସୃଷ୍ଟି କଲେ । ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ । ଅନନ୍ତର ପରମେଶ୍ୱର କହିଲେ, “ଦୀପ୍ତି ହେଉ,” ତହିଁରେ ଦୀପ୍ତି ହେଲା । ଆଉ ପରମେଶ୍ୱର ଦୀପ୍ତିକୁ ଦେଖିଲେ ଯେ ତାହା ଉତ୍ତମ; ତହୁଁ ପରମେଶ୍ୱର ଅନ୍ଧକାରରୁ ଦୀପ୍ତିକୁ ଭିନ୍ନ କଲେ । ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ । ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା । ଅନନ୍ତର ପରମେଶ୍ୱର କହିଲେ, “ଜଳ ମଧ୍ୟରେ ଶୂନ୍ୟ ଜାତ ହୋଇ ଜଳକୁ ଦୁଇ ଭାଗରେ ଭିନ୍ନ କରୁ ।” ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା । ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ । ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା । ଅନନ୍ତର ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା । 10 ପୁଣି, ପରମେଶ୍ୱର ସ୍ଥଳର ନାମ ପୃଥିବୀ ଓ ଜଳରାଶିର ନାମ ସମୁଦ୍ର ଦେଲେ; ଆଉ ପରମେଶ୍ୱର ତାହା ଉତ୍ତମ ଦେଖିଲେ । 11 ଏଉତ୍ତାରୁ ପରମେଶ୍ୱର କହିଲେ, “ପୃଥିବୀ ତୃଣ ଓ ସବୀଜ ଶାକ ଓ ବୀଜସମ୍ବଳିତ ସ୍ୱ ସ୍ୱ ଜାତି ଅନୁଯାୟୀ ଫଳୋତ୍ପାଦକ ଫଳବୃକ୍ଷ ଭୂମି ଉପରେ ଉତ୍ପନ୍ନ କରୁ,” ତହିଁରେ ସେପରି ହେଲା । 12 ଅର୍ଥାତ୍‍, ପୃଥିବୀ ତୃଣ ଓ ସ୍ୱ ସ୍ୱ ଜାତି ଅନୁସାରେ ବୀଜଉତ୍ପାଦକ ଶାକ ଓ ସ୍ୱ ସ୍ୱ ଜାତି ଅନୁସାରେ ସବୀଜ ଫଳୋତ୍ପାଦକ ବୃକ୍ଷ ଉତ୍ପନ୍ନ କଲା; ପୁଣି, ପରମେଶ୍ୱର ତାହା ଉତ୍ତମ ଦେଖିଲେ । 13 ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା । 14 ଅନନ୍ତର ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ୍‍ କରିବା ନିମନ୍ତେ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ । 15 ଆଉ ପୃଥିବୀରେ ଆଲୁଅ ଦେବା ପାଇଁ ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ଥାଉନ୍ତୁ,” ତହିଁରେ ସେପରି ହେଲା । 16 ଏହି ପ୍ରକାରେ ପରମେଶ୍ୱର ଦିବସରେ କର୍ତ୍ତୃତ୍ଵ କରିବାକୁ ଏକ ମହାଜ୍ୟୋତି ଓ ରାତ୍ରିରେ କର୍ତ୍ତୃତ୍ଵ କରିବାକୁ ତାହାଠାରୁ ସାନ ଏକ ଜ୍ୟୋତି, ଏହି ଦୁଇ ମହାଜ୍ୟୋତି, ଆଉ ମଧ୍ୟ ତାରାଗଣ ନିର୍ମାଣ କଲେ । 17 ତହୁଁ ପୃଥିବୀରେ ଦୀପ୍ତି ଦେବା ପାଇଁ ଓ ଦିବା ଓ ରାତ୍ରି ଉପରେ କର୍ତ୍ତୃତ୍ୱ କରିବା ପାଇଁ, 18 ଆଉ ଦୀପ୍ତିକି ଅନ୍ଧକାରରୁ ପୃଥକ୍‍ କରିବା ପାଇଁ, ପରମେଶ୍ୱର ଆକାଶମଣ୍ଡଳରେ ସେହି ଜ୍ୟୋତିର୍ଗଣ ସ୍ଥାପନ କଲେ; ଆଉ ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ । 19 ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା । 20 ଏଥିଉତ୍ତାରୁ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ ।” 21 ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ । ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ । 22 ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ ।” 23 ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା । 24 ଅନନ୍ତର ପରମେଶ୍ୱର କହିଲେ, “ପୃଥିବୀରେ ସ୍ୱ ସ୍ୱ ଜାତି ଅନୁସାରେ ପ୍ରାଣୀବର୍ଗ, , ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ୱ ସ୍ୱ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ,” ତହିଁରେ ସେପରି ହେଲା । 25 ଏହି ରୂପେ ପରମେଶ୍ୱର ସ୍ୱ ସ୍ୱ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ୱ ସ୍ୱ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ୱର ସେ ସମସ୍ତ ଉତ୍ତମ ଦେଖିଲେ । 26 ଏଥିଉତ୍ତାରୁ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ । ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ ।” 27 ଅନନ୍ତର ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ । 28 ଆଉ ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି, ପରମେଶ୍ୱର ସେମାନଙ୍କୁ କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୁଅ, ପୁଣି, ପୃଥିବୀକି ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର ।” 29 ପରମେଶ୍ୱର ଆହୁରି କହିଲେ, “ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ । 30 ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ ଶାକ ଦେଲୁ,” ତହିଁରେ ସେପରି ହେଲା । 31 ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା । ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା ।
2ଏହି ରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା । ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ । ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ । ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ ।ଏଦନ ଉଦ୍ୟାନସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି । ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ, ସେ ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା । ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା । ଅନନ୍ତର ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା । ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ । ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ । 10 ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା । 11 ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବିଲା ଦେଶସମୂହକୁ ବେଷ୍ଟନ କରେ । 12 ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ । 13 ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୁଶ ଦେଶ ବେଷ୍ଟନ କରେ । 14 ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ । ଚତୁର୍ଥ ନଦୀର ନାମ ଫରାତ୍‍ । 15 ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ । 16 ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର, 17 ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ ।” 18 ଅନନ୍ତର ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା ।” 19 ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ । ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା । 20 ଏହି ରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ । 21 ଅନନ୍ତର ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ । 22 ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ । 23 ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି ।” 24 ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ । 25 ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା ।

ଅନନ୍ତର ମିସର ଦେଶରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, ” ଏହି ମାସ ତୁମ୍ଭମାନଙ୍କର ପ୍ରଧାନ ମାସ ଓ ବର୍ଷର ପ୍ରଥମ ମାସ ହେବ । ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ । ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯେବେ କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ-ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ । ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ; ସେହି ମାସର ଚତୁର୍ଦ୍ଦଶ ଦିନଯାଏ ତାକୁ ବନ୍ଦ କରି ରଖିବ; ଅନନ୍ତର ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟା-କାଳରେ ସେହି ଶାବକକୁ ବଧ କରିବେ । ପୁଣି, ଲୋକମାନେ ତାହାର କିଛି ରକ୍ତ ନେଇ ଯେଉଁ ଯେଉଁ ଗୃହ ମଧ୍ୟରେ ମେଷ ଭୋଜନ କରିବେ, ସେହି ସେହି ଗୃହ ଦ୍ୱାରର ଦୁଇ ବାଜୁବନ୍ଧ ଓ କପାଳୀ ଉପରେ ତାହା ଲଗାଇବେ । ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍‍ଧ କରି ତାଡ଼ିଶୂନ୍ୟ ରୋଟୀ ଓ ପିତା ଶାକ ସହିତ ତାହା ଭୋଜନ କରିବେ । ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍‍ଧ କରି ଭୋଜନ କରିବ । 10 ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯେବେ ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍‍ କରିବ । 11 ଏହି ପ୍ରକାରେ ତୁମ୍ଭେମାନେ ତାହା ଭୋଜନ କରିବ, ଅର୍ଥାତ୍‍ କଟି ବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଚଞ୍ଚଳ ତାହା ଭୋଜନ କରିବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ । 12 ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟ ଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସ୍ରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ । 13 ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ୱରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ଡ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ପୁଣି, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ । 14 ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ ।ତାଡ଼ିଶୂନ୍ୟ ରୋଟୀ ପର୍ବ15 ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ି ମିଶ୍ରିତ ରୋଟୀ ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ । 16 ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି, ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ । 17 ଏହି ପ୍ରକାରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କରିବ, କାରଣ ସେହି ଦିନରେ ହିଁ ଆମ୍ଭେ ତୁମ୍ଭମାନଙ୍କର ସୈନ୍ୟମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା; ଏଣୁ ତୁମ୍ଭେମାନେ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ଦିନ ପାଳନ କରିବ । 18 ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ । 19 ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ୱଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ି ମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ-ମଣ୍ଡଳୀରୁ ଉଚ୍ଛିନ୍ନ ହେବ । 20 ତୁମ୍ଭେମାନେ ତାଡ଼ି ମିଶ୍ରିତ କୌଣସି ଦ୍ରବ୍ୟ ଖାଇବ ନାହିଁ, ତୁମ୍ଭେମାନେ ଆପଣା ଆପଣା ସମସ୍ତ ବାସ ସ୍ଥାନରେ ତାଡ଼ିଶୂନ୍ୟ ରୋଟୀ ଖାଇବ”।ପ୍ରଥମ ନିସ୍ତାର ପର୍ବ21 ସେତେବେଳେ ମୋଶା ଇସ୍ରାଏଲର ସମସ୍ତ ପ୍ରାଚୀନ ଲୋକଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଆପଣା ଆପଣା ପରିଜନାନୁସାରେ ଏକ ଏକ ମେଷଶାବକ ବାହାର କରି ନେଇ ନିସ୍ତାର ପର୍ବୀୟ ବଳି ବଧ କର । 22 ପୁଣି, ବିଡ଼ାଏ ଏସୋବ ଘେନି ପାତ୍ରସ୍ଥିତ ରକ୍ତରେ ବୁଡ଼ାଇ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ; ପୁଣି, ପ୍ରଭାତ ପର୍ଯ୍ୟନ୍ତ ତୁମ୍ଭମାନଙ୍କର କେହି ଗୃହଦ୍ୱାରରେ ବାହାରକୁ ନ ଯାଉ। 23 ଯେହେତୁ ସଦାପ୍ରଭୁ ମିସ୍ରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟ ଦେଇ ଯିବେ; ତହିଁରେ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ୱାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ । 24 ପୁଣି, ତୁମ୍ଭେମାନେ ଓ ଯୁଗାନୁକ୍ରମେ ତୁମ୍ଭମାନଙ୍କ ସନ୍ତାନମାନେ ବିଧିମତେ ଏହି ରୀତି ପାଳନ କରିବ । 25 ଆଉ ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ; ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ସେଠାରେ ପ୍ରବେଶ କଲେ, ଏହି ସେବା ସାଧନ କରିବ । 26 ପୁଣି, ତୁମ୍ଭମାନଙ୍କ ଏହି ସେବାର ଅଭିପ୍ରାୟ କଅଣ ? 27 ଏହା ତୁମ୍ଭମାନଙ୍କ ସନ୍ତାନମାନେ ପଚାରିଲେ, ତୁମ୍ଭେମାନେ କହିବ, ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବୀୟ ବଳିଦାନ; କାରଣ ମିସ୍ରୀୟମାନଙ୍କୁ ଆଘାତ କରିବା ବେଳେ ସେ ମିସରରେ ପ୍ରବାସୀ ଇସ୍ରାଏଲୀୟ ସନ୍ତାନଗଣର ଗୃହ ସବୁ ଛାଡ଼ି ଆଗକୁ ଯାଇ ଆମ୍ଭମାନଙ୍କ ଗୃହ ରକ୍ଷା କରିଥିଲେ”। ସେତେବେଳେ ଲୋକମାନେ ମସ୍ତକ ନତ କରି ପ୍ରଣାମ କଲେ । 28 ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ ।ଦଶମ ଦଣ୍ଡ-ପ୍ରଥମଜାତର ମୃତ୍ୟୁ29 ଅନନ୍ତର ଅର୍ଦ୍ଧ ରାତ୍ର ସମୟରେ ସଦାପ୍ରଭୁ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତ ସନ୍ତାନଠାରୁ କାରାକୂପସ୍ଥ ବନ୍ଦୀର ପ୍ରଥମଜାତ ସନ୍ତାନ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ଓ ପଶୁମାନଙ୍କ ପ୍ରଥମଜାତ ଶାବକଗଣକୁ ଆଘାତ କଲେ