Skip to content
Home » ଯୋହନ 13-16

ଯୋହନ 13-16

ଶିଷ୍ୟମାନଙ୍କ ପାଦ ପ୍ରକ୍ଷାଳନ13ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ । ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା, ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ୱରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ୱରଙ୍କ ନିକଟକୁ ଯାଉଅଛନ୍ତି, ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ । ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ । କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋର ପାଦ ଧୋଇ ଦେଉଅଛନ୍ତି ? ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ । ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋର ପାଦ ଧୋଇଦେବେ ନାହିଁ । ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋ’ ସହିତ ତୁମ୍ଭର କୌଣସି ଅଂଶ ନାହିଁ । ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ । 10 ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ । 11 କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ । 12 ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପ୍ରତି କ’ଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ ? 13 ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି । 14 ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ । 15 କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି । 16 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ । 17 ଯଦି ତୁମ୍ଭେମାନେ ଏହି ସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ । 18 ମୁଁ ତୁମ୍ଭ ସମସ୍ତଙ୍କ ସମ୍ବନ୍ଧରେ କହୁ ନାହିଁ; କେଉଁ ପ୍ରକାର ଲୋକମାନଙ୍କୁ ମୁଁ ମନୋନୀତ କରିଅଛି, ତାହା ମୁଁ ଜାଣେ; କିନ୍ତୁ ଧର୍ମଶାସ୍ତ୍ରର ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିପାଇଁ ଏହିପରି ଘଟୁଅଛି, ଯେ ମୋହର ଅନ୍ନ ଖାଏ, ସେ ମୋହର ବିରୁଦ୍ଧରେ ଗୋଇଠା ଉଠାଇଲା । 19 ତାହା ଘଟିବା ସମୟରେ, ମୁଁ ସେହି ଅଟେ ବୋଲି ତୁମ୍ଭେମାନେ ଯେପରି ବିଶ୍ୱାସ କର, ଏଥି ନିମନ୍ତେ ତାହା ଘଟିବା ପୂର୍ବେ ମୁଁ ବର୍ତ୍ତମାନ ତୁମ୍ଭମାନଙ୍କୁ କହୁଅଛି । 20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।ବିଶ୍ୱାସଘାତକ ସମ୍ପର୍କରେ ଯୀଶୁଙ୍କ ସୂଚନା21 ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ। 22 ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ । 23 ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ – ଯାହାକୁ ଯୀଶୁ ପ୍ରେମ କରୁଥିଲେ – ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ । 24 ଅତଏବ, ଶିମୋନ ପିତର ତାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ । 25 ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ ? 26 ତେଣୁ ଯୀଶୁ ଉତ୍ତର ଦେଲେ, ଯାହା ନିମନ୍ତେ ମୁଁ ଏହି ରୁଟିଖଣ୍ଡକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ । ତହିଁରେ ସେ ସେହି ରୁଟିଖଣ୍ଡକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ । 27 ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା । ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର । 28 କିନ୍ତୁ ସେ କି ଉଦ୍ଦେଶ୍ୟରେ ତାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ । 29 କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାକୁ କହିଲେ ବୋଲି କେହି କେହି ମନେ କଲେ ।ନୂତନ ଆଜ୍ଞା30 ରୁଟିଖଣ୍ଡକ ଗ୍ରହଣ କରି ସେ ତତ୍‍କ୍ଷଣାତ୍‍ ବାହାରିଗଲା, ସେତେବେଳେ ରାତ୍ରିକାଳ । 31 ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ୱର ମହିମାନ୍ୱିତ ହେଲେ । 32 ଯଦି ଈଶ୍ୱର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ୱର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ । 33 ବତ୍ସଗଣ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସାଙ୍ଗରେ ଅଛି । ତୁମ୍ଭେମାନେ ମୋହର ଅନ୍ୱେଷଣ କରିବ; ଆଉ ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତୁମ୍ଭେମାନେ ସେ ସ୍ଥାନକୁ ଯାଇ ପାର ନାହିଁ, ଏହା ମୁଁ ଯେପରି ଯିହୂଦୀମାନଙ୍କୁ କହିଲି, ସେହିପରି ଏବେ ତୁମ୍ଭମାନଙ୍କୁ ମଧ୍ୟ କହୁଅଛି । 34 ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର । 35 ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ଵାରା ଜ୍ଞାତ ହେବେ ।ପିତରଙ୍କ ଅସ୍ୱୀକାରର ପୂର୍ବ ସୂଚନା36 ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁଠାକୁ ଯାଉଅଛନ୍ତି ? ଯୀଶୁ ଉତ୍ତର ଦେଲେ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ । 37 ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି । 38 ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ’ଣ ମୋ’ ନିମନ୍ତେ ନିଜ ପ୍ରାଣ ଦେବ ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ ।
ଯୀଶୁ ହିଁ ପଥ, ସତ୍ୟ ଓ ଜୀବନ14ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ୱରଙ୍କଠାରେ ବିଶ୍ୱାସ କର, ମୋ’ଠାରେ ମଧ୍ୟ ବିଶ୍ୱାସ କର । ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି; ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି । ପୁଣି, ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତାହାର ପଥ ତୁମ୍ଭେମାନେ ଜାଣ । ଥୋମା ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ ? ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ’ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ । ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ । ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ । ଯୀଶୁ ତାହାଙ୍କୁ କହିଲେ, ଫିଲିପ୍ପ, ଏତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କ’ଣ ମୋତେ ଜାଣିଲ ନାହିଁ ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ ? 10 ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋ’ଠାରେ ଅଛନ୍ତି, ଏକଥା କ’ଣ ବିଶ୍ୱାସ କରୁ ନାହଁ ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହି ସବୁ ମୋ’ ନିଜରୁ କହେ ନାହିଁ, କିନ୍ତୁ ପିତା ମୋ’ଠାରେ ଥାଇ ଆପଣା କର୍ମ କରୁଅଛନ୍ତି । 11 ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋ’ଠାରେ ଅଛନ୍ତି, ମୋହର ଏହି କଥା ବିଶ୍ୱାସ କର, ନତୁବା କର୍ମ ଯୋଗୁଁ ହେଲେ ବିଶ୍ୱାସ କର । 12 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋ’ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହି ସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ‍ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି । 13 ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥି ନିମନ୍ତେ ତୁମ୍ଭେମାନେ ମୋ’ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି । 14 ଯଦି ତୁମ୍ଭେମାନେ ମୋ’ ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି ।ପବିତ୍ର ଆତ୍ମାଙ୍କ ଦାନର ପ୍ରତିଜ୍ଞା15 ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ । 16 ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ, 17 ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ । ଜଗତ ତାହାଙ୍କୁ ଗ୍ରହଣ କରି ପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ । 18 ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି । 19 ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ । 20 ମୁଁ ଯେ ମୋହର ପିତାଙ୍କଠାରେ ପୁଣି, ତୁମ୍ଭେମାନେ ଯେ ମୋ’ଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେ ଦିନ ତୁମ୍ଭେମାନେ ଜାଣିବ । 21 ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି । 22 ଯିହୂଦା ତାହାଙ୍କୁ କହିଲେ, ହେ ପ୍ରଭୁ, କ’ଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି ? 23 ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା । 24 ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର । 25 ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଥାଉ ଥାଉ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଲି । 26 କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍‍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋ’ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହି ସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ । 27 ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ । ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ । 28 ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି, ଆସୁଅଛି, ମୋହର ଏହି କଥା ତ ଶୁଣିଅଛ । ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋ’ଠାରୁ ମହାନ‍ । 29 ଆଉ, ତାହା ଘଟିବା ସମୟରେ ତୁମ୍ଭେମାନେ ଯେପରି ବିଶ୍ୱାସ କରିବ, ଏଥି ନିମନ୍ତେ ତାହା ଘଟିବା ପୂର୍ବେ ମୁଁ ଏବେ ତୁମ୍ଭମାନଙ୍କୁ କହିଅଛି । 30 ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋ’ଠାରେ ତାହାର କିଛି ହିଁ ନାହିଁ; 31 କିନ୍ତୁ ମୁଁ ଯେ ପିତାଙ୍କୁ ପ୍ରେମ କରେ ଓ ପିତାଙ୍କ ଆଜ୍ଞାନୁସାରେ କର୍ମ କରେ, ଏହା ଯେପରି ଜଗତ ଜାଣି ପାରେ, ଏଥି ନିମନ୍ତେ ଏପରି ଘଟୁଅଛି । ଉଠ, ଆମ୍ଭେମାନେ ଏହି ସ୍ଥାନରୁ ଚାଲିଯାଉ ।32 ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋ’ ସାଙ୍ଗରେ ଅଛନ୍ତି । 33 ତୁମ୍ଭେମାନେ ଯେପରି ମୋ’ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି । ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି ।

ଯୋହନ 13-16