ଆଦି ଅଧ୍ୟାୟ 10
ନୋହଙ୍କ ବଂଶାବଳୀ101 ଶେମ, ହାମ, ଯେଫତ୍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି । ଜଳପ୍ଳାବନ ଉତ୍ତାରେ ସେମାନଙ୍କର ଏହି ସମସ୍ତ ସନ୍ତା
ନ ଜନ୍ମିଥିଲେ
2 ଗୋମର ଓ ମାଗୋଗ୍ ଓ ମାଦୟ ଓ ଯବନ ଓ ତୂବଲ ଓ ମେଶକ୍ ଓ ତିରସ, ଏମାନେ ଯେଫତ୍ର ସନ୍ତାନ । 3 ଅସ୍କିନସ୍ ଓ ରୀଫତ୍ ଓ ତୋଗର୍ମ, ଏମାନେ ଗୋମରର ସନ୍ତାନ । 4 ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ । 5 ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ୱ ସ୍ୱ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ । 6 କୂଶ ଓ ମିସର ଓ ପୂଟ୍ ଓ କିଣାନ, ଏମାନେ ହାମର ସନ୍ତାନ । 7 ସବା ଓ ହବୀଲା ଓ ସପ୍ତା ଓ ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ । ଶିବା ଓ ଦାଦାନ, ଏମାନେ ରୟମାର ସନ୍ତାନ । 8 ନିମ୍ରୋଦ୍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା । 9 ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ ।” 10 ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନୀ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା । 11 ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍ ପୁରୀ ଓ କେଲହ, 12 ପୁଣି, ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍ ନଗର ସ୍ଥାପନ କଲା; ଏହି ରେଷନ୍ ମହାନଗର । 13 ପୁଣି, ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୁହୀୟ 14 ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ । 15 ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍ 16 ଓ ଯିବୁଷୀୟ ଓ ଇମୋରୀୟ ଓ ଗୀର୍ଗାଶୀୟ 17 ଓ ହିବ୍ବୀୟ ଓ ଅର୍କୀୟ ଓ ସିନୀୟ 18 ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଅନନ୍ତର କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ । 19 ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ ସୀମା ଥିଲା । 20 ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ । 21 ଯେଫତ୍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା । 22 ଶେମର ଏହି ସବୁ ସନ୍ତାନ, ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୂଦ ଓ ଅରାମ୍ । 23 ଏହି ଅରାମର ସନ୍ତାନ ଊଷ୍ ଓ ହୂଲ ଓ ଗେଥର ଓ ମଶ୍ । 24 ପୁଣି, ଅର୍ଫକ୍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର । 25 ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍ , କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍ । 26 ପୁଣି, ଯକ୍ତନ୍ର ପୁତ୍ର ଅଲମୋଦଦ ଓ ଶେଲପ୍ ଓ ହତ୍ସର୍ମାବତ୍ ଓ ଯେରହ 27 ଓ ହଦୋରାମ ଓ ଊଷଲ ଓ ଦିକ୍ଳ 28 ଓ ଓବଲ ଓ ଅବୀମାୟେଲ୍ ଓ ଶିବା 29 ଓ ଓଫୀର ଓ ହବୀଲା ଓ ଯୋବବ୍, ଏହି ସମସ୍ତ ଯକ୍ତନର ସନ୍ତାନ । 30 ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା । 31 ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ । 32 ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ ।